ବରଗଡ଼ ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ମିଳିତ ଆନୁକୂଲ୍ୟରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ 'ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା'ର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି। ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ୍ହଲ୍ ପରିସରରେ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଯୋଜନା ଅଧୀନରେ ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୭୦୦ ଜଣ ବରିଷ୍ଠ ନାଗରିକ ପୁରୀ ଅଭିମୁଖେ ଯାତ୍ରା କଲେ।
ଏହାପରେ ବିଜୁ ପଟ୍ଟନାୟକ ଟାଉନ୍ହଲ୍ ସମ୍ମୁଖରୁ ବରିଷ୍ଠ ନାଗରିକମାନଙ୍କୁ ନେଇ ପୁରୀ ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଥିବା ତୀର୍ଥଯାତ୍ରୀ ବସ୍କୁ ଅତିଥିବୃନ୍ଦ ପତାକା ଦେଖାଇ (Flag-off) ଶୁଭାରମ୍ଭ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ସହ ଜିଲ୍ଲା ସଂସ୍କୃତି ବିଭାଗରେ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ବରିଷ୍ଠ ନାଗରିକମାନଙ୍କୁ ସୁରକ୍ଷିତ ଓ ସୁବିଧାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନର ଏହି ମହତ୍ ପଦକ୍ଷେପକୁ ଉପସ୍ଥିତ ସମସ୍ତ ବରିଷ୍ଠ ନାଗରିକ ଓ ଅଞ୍ଚଳବାସୀ ସାଧୁବାଦ ଜଣାଇଛନ୍ତି।